ଆଜି ମହାପ୍ରଭୁଙ୍କ ସ୍ନାନଯାତ୍ରା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ରଥଯାତ୍ରାର ଆଦ୍ୟପର୍ବ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶ୍ରୀମନ୍ଦିରରୁ ବାହାରି ସ୍ନାନବେଦୀରେ ବିଶ୍ୱବାସୀଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି। ଏହି ଉପଲକ୍ଷେ ଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ସେନାପଟି ଲାଗି ସହ ଅନ୍ୟାନ୍ୟ ନୀତି ଶେଷ ହୋଇଛି। ସ୍ନାନ କାର୍ଯ୍ୟ ପାଇଁ ଶ୍ରୀମନ୍ଦିର ସ୍ନାନମଣ୍ଡପ ସଜେଇ ହୋଇଛି।

ମହାପ୍ରଭୁ ଶ୍ରୀମନ୍ଦିର ପରିସର ସୁନା କୂଅର ୧୦୮ ଗରା ଜଳରେ ସ୍ନାନ କରିବାର ପରମ୍ପରା ରହିଥିବାରୁ ଆଜି ଦୟଣା ମାଳି ସେବକଙ୍କ ଦ୍ବାରା ଏହାର ଶୋଧ କାର୍ଯ୍ୟ ଶେଷ ହୋଇଛି। କରୋନା କଟକଣା ଭିତରେ ସ୍ନାନଯାତ୍ରା ସେବା କାର୍ଯ୍ୟ ପାଇଁ ସେବକଙ୍କୁ ନିର୍ଦ୍ଦେଶ ରହିଛି। ଦିନ ୧୧ଟା ରୁ ହାତୀବେଶ ଆରମ୍ଭ ହେବ ଓ ୧୨ଟା ଭିତରେ ବେଶ ଶେଷ ହୋଇ ମହାପ୍ରଭୁ ହାତୀ ବେଶରେ ଦର୍ଶନ ଦେବେ।

Leave a comment