ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର

ସବୁ ପ୍ରତିକ୍ଷାର ଘଟିଲା ଅନ୍ତ, ଯାହାକୁ କୋଟି କୋଟି ଓଡ଼ିଆ ଅପେକ୍ଷା କରିଥିଲେ ସେଇ ମୁହୂର୍ତ୍ତ ଆସି ପହଞ୍ଚିଛି। ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର। ନୂତନ ମନ୍ତ୍ରିପରିଷଦର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ଖୋଲିଲା ଦ୍ବାର । ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଥିବା ପ୍ରତିବନ୍ଧକ ହଟିଲା । ସକାଳ ମଙ୍ଗଳ ଆଳତି ସମୟରେ ୪ ଦ୍ବାର ଖୋଲିଲା । ବିନା ବାଧାରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ଭକ୍ତ ।
କରୋନା ମହାମାରୀ ପରଠୁ ବନ୍ଦ ଥିବା ବ୍ୟବସ୍ଥାକୁ ଖୋଲିବାକୁ ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ବସିଥିବା କ୍ୟାବିନେଟ ନିଷ୍ପତ୍ତି ନେଇଥିଲା। ଯାହାକୁ ନିର୍ବାଚନ ପ୍ରଚାର ବେଳେ କହିଥିଲା ବିଜେପି, ଦାୟିତ୍ବ ଗ୍ରହଣ କରିବାର ଘଣ୍ଟା କେଇଟା ମଧ୍ୟରେ ସେ ନେଇ ନିଷ୍ପତ୍ତି ନିଆ ହୋଇଛି। ଗତକାଲି ରାତିରେ ହିଁ ମନ୍ତ୍ରିପରିଷଦ ଆସି ପୁରୀରେ ପହଞ୍ଚିଥିଲେ । ମଙ୍ଗଳ ଆଳତୀ ପରେ ଶ୍ରଦ୍ଧାଳୁଙ୍କ ପାଇଁ ୪ ଦ୍ବାରକୁ ଖୋଲି ଦିଆଯାଇଛି।