୩ ନୂଆ ପଜେଟିଭ ସହ ରାଜ୍ୟର ଆକ୍ରାନ୍ତଙ୍କ ସଂଖ୍ୟା ହେଲା ୧୨୫
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବାଲେଶ୍ୱେରରୁ ଆଉ ୩ କରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୫ରେ ପହଞ୍ଚିଛି । ସେହିପରି ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି ।
ସୂଚନା ଅନୁଯାୟୀ, ଏହି ନୂଆ ୩ ଆକ୍ରାନ୍ତ ପୁରୁଷ । ସେମାନଙ୍କ ବୟସ ୪୪, ୬୧ ଓ ୬୩ ବର୍ଷ । ସେମାନେ ସମସ୍ତେ ପଶ୍ଚିମବଙ୍ଗରୁ ଫେରିଥିବା ସରକାର ସୂଚନା ପ୍ରଦାନ କରିଛନ୍ତି । ସକାଳେ ଚିହ୍ନଟ ହୋଇଥିବା ୪ ଜଣଙ୍କୁ ମିଶାଇଲେ ଆକ୍ରାନ୍ତଙ୍କ ସଂଖ୍ୟା ଆଜି ୭ରେ ପହଞ୍ଚିଛି ।