ଦୀପାବଳି ପାଇଁ ମାର୍ଗଦର୍ଶିକା ଜାରି କଲା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ

0

ଦୀପାବଳିରେ ବାଣ ଫୁଟାଇବାକୁ ନେଇ ମାର୍ଗଦର୍ଶିକା ଜାରି କରିଛି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ । ଏନେଇ ଖବରକାଗଜରେ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇଛି । ଉଚ୍ଚ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବା ଉପରେ ସମ୍ପୂର୍ଣ୍ଣ ଭାବେ କଟକଣା ଜାରି କରାଯାଇଥିବା ବେଳେ ୧୨୫ଡେସିବଲରୁ ଅଧିକ ଶବ୍ଦ ସୃଷ୍ଟି କରୁଥିବା ବାଣ ପ୍ରସ୍ତୁତି, ବିକ୍ରି ଓ ବ୍ୟବହାରରୁ ବିରତ ରହିବା ପାଇଁ ମାର୍ଗଦର୍ଶିକାର ଉଲ୍ଲେଖ ରହିଛି ।

ବାଣ କଟକଣା ମାର୍ଗଦର୍ଶିକା:

– ଉଚ୍ଚ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବା ସମ୍ପୂର୍ଣ୍ଣ ନିଷେଧ

– ଡାକ୍ତରଖାନା, ଶିକ୍ଷାନୁଷ୍ଠାନର ୧୦୦ ମିଟର ପରିସୀମାରେ ବାଣ ଫୁଟାଇବା ନିଷେଧ

– ନ୍ୟାୟାଳୟ ଓ ଧାର୍ମିଙ୍କ ସ୍ଥଳର ୧୦୦ ମିଟର ପରିସୀମାରେ ବାଣ ଫୁଟାଇବା କଟକଣା

– ଖୋଲା ସ୍ଥାନରେ ଫୁଟାଇ ପାରିବେ ସବୁଜ ବାଣ

– ୧୨୫ ଡେସିବଲରୁ ଅଧିକ ଶବ୍ଦ ସୃଷ୍ଟି କରୁଥିବା ବାଣ ପ୍ରସ୍ତୁତି, ବିକ୍ରି ଓ ବ୍ୟବହାର ନିଷେଧ

– ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳଙ୍କୁ ଅଭିଯୋଗ କରିହେବ

– ଆରକ୍ଷୀ ଅଧୀକ୍ଷକ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ, ଉପ ଆରକ୍ଷୀ ଅଧୀକ୍ଷକ ଓ ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକଙ୍କ ନିକଟରେ ଅଭିଯୋଗ କରିହେବ

Leave a comment