ସୁରେଶ ମହାପାତ୍ର ହେଲେ ନୂଆ ମୁଖ୍ୟ ଶାସନ ସଚିବ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ବରିଷ୍ଠ ଆଇଏଏସ୍ ଅଧିକାରୀ ସୁରେଶ ମହାପାତ୍ର ହେଲେ ମୁଖ୍ୟ ଶାସନ ସଚିବ। ଅସିତ୍ ତ୍ରିପାଠୀଙ୍କ ପରେ ସେ ଦାୟିତ୍ବ ଗ୍ରହଣ କରିଛନ୍ତି । ୨୦୨୨ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକାଳ ରହିଛି। ପୂର୍ବରୁ ସେ ଉନ୍ନୟନ କମିଶନର ଦାୟିତ୍ବରେ ଥିଲେ। ସେହିଭଳି ପ୍ରଦୀପ କୁମାର ଜେନା ନୂଆ ଉନ୍ନୟନ କମିଶନର ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି। ଅନ୍ୟ ପକ୍ଷରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ହେଲେ ଅସିତ ତ୍ରିପାଠୀ। ଆଞ୍ଚଳିକ ପରିଷଦ, ପର୍ଯ୍ୟଟନ,ଶିଳ୍ପ, କୃଷି ସମେତ କିଛି ବିଭାଗର ମୁଖ୍ୟ ପରାମର୍ଶଦାତା ଭାବେ ରହିବେ ଅସିତ୍ ତ୍ରିପାଠୀ।