ମାଟ୍ରିକ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ଯମନ୍ତ୍ରୀ

0

ଆଜି ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। ମାଟ୍ରିକ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ଯମନ୍ତ୍ରୀ। ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କର ଉଦ୍ୟମ ପ୍ରଶଂସନୀୟ ବୋଲି ମୁଖ୍ଯମନ୍ତ୍ରୀ କହିଛନ୍ତି। ଆଶାତୀତ ଫଳାଫଳ ପାଇ ନ ଥିବା ଛାତ୍ରଛାତ୍ରୀ ସର୍ବଦା ଆଗକୁ ବଢିବାର ଇଚ୍ଛା ନେଇ ଆତ୍ମବିଶ୍ବାସର ସହ କଠୋର ପରିଶ୍ରମ ଜାରି ରଖିବାକୁ ମୁଖ୍ଯମନ୍ତ୍ରୀ ପରମାର୍ଶ ଦେଇଛନ୍ତି।

ଚଳିତ ବର୍ଷ ପାସ୍ ହାର ୯୦.୫୫% ରହିଛି। ମୋଟ ୫ ଲକ୍ଷ ୨୬ ହଜାର ୮୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୫, ୧୭, ୮୪୭ ଜଣ ପାସ୍‌ କରିଥିବା ବେଳେ ୮,୬୯୯ ଜଣ ଫେଲ୍‌ ହୋଇଛନ୍ତି।

Leave a comment