ବସ୍ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଲକ୍ଷ ଟଙ୍କାର ସହାୟତା ଘୋଷଣା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ଅପରାହ୍ନ ରେ ବାଲେଶ୍ବର ର ସୋରୋ ଠାରେ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
ଏତଦବ୍ୟତୀତ ଏହି ଦୁର୍ଘଟଣା ରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ଵ୍ୟକ୍ତି ମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବାସହ ସୋମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ସୂଚନାଯୋଗ୍ୟ ଯେ ବସ୍ ଟି ଉଦଳାରୁ ଭୁବନେଶ୍ୱର ଆସୁଥିବା ବେଳେ ସୋରୋ ଠାରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ବସ ଟି ବିଦୁ ଛକ ନିକଟରେ ଛିଡ଼ା ହୋଇଥିଲା । ସେହି ସମୟରେ ବସକୁ ପଛପଟୁ ଏକ କୋଇଲା ବୋଝେଇ ଟ୍ରକ୍ ଆସି ଧକ୍କା ଦେଇଥିଲା । ଫଳରେ ୧୦ ଫୁଟ୍ ତଳକୁ ବସ୍ ଓଲଟି ପଡିଥିଲା ।

Leave a comment