୧୩୩ଟି ନୂତନ ପ୍ରାଣୀ ସେବା ଯାନର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

0

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୩୩ଟି ନୂତନ ପ୍ରାଣୀ ସେବା ଯାନ ଲୋକାର୍ପଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ସେବା କାର୍ଯ୍ୟକ୍ରମ ଅଧିନରେ ଏହା କାର୍ଯ୍ୟକାରୀ ହୋଇଛି । କଳିଙ୍ଗ ଷ୍ଟାଡିୟମରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ଆୟୋଜିତ ଉତ୍ସବରେ ମୁଖ୍ୟମନ୍ତ୍ରୀ ଏହାକୁ ଲୋକାର୍ପିତ କରିଛନ୍ତି ।

ରାଜ୍ୟ ତଥା ଦେଶର ଅର୍ଥନୀତିରେ ପ୍ରାଣୀ ସମ୍ପଦର ପ୍ରମୁଖ ଯୋଗଦାନ ସର୍ବଦା ରହିଆସିଛି । କୃଷକମାନଙ୍କ ଆୟବୃଦ୍ଧି ଦିଗରେ ପ୍ରାଣୀପାଳନ ଏକ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିଥାଏ । ରାଜ୍ୟ ସରକାର କୃଷକମାନଙ୍କ ଆୟବୃଦ୍ଧି କରି ସେମାନଙ୍କର ଜୀବନ ଧାରଣ ମାନରେ ଉନ୍ନତି ଆଣିବା ପାଇଁ ପ୍ରତିଶ୍ରୁତିବଦ୍ଧ ଏବଂ ଏ ଦିଗରେ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି । ପ୍ରାଣୀ ସମ୍ପଦ କ୍ଷେତ୍ରକୁ କ୍ଷୁଦ୍ର ଓ ନାମମାତ୍ର ଚାଷୀ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ଉଦ୍ୟୋଗୀ ମାନଙ୍କର ପ୍ରଗତିର କ୍ଷେତ୍ର ଭାବରେ ଚିହ୍ନଟ କରିଛନ୍ତି ।

Leave a comment