ପୂର୍ବତନ ମନ୍ତ୍ରୀ ଶ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କୁ ଶେଷ ଦର୍ଶନ ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଧାନସଭା ପରିସରରେ ପୂର୍ବତନ ମନ୍ତ୍ରୀ ଶ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ମର ଶରୀରରେ ପୁଷ୍ପ ଗୁଛ ପ୍ରଦାନ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି । ତାଙ୍କ ସହ ବିଜେପିର ନେତାମାନେ ମଧ୍ୟ ଶ୍ରୀ ନାଥଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।
ପ୍ରକାଶ ଯେ, ଶୁକ୍ରବାର ୯୩ ବର୍ଷ ବୟସରେ ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘଦିନରୁ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ ସୁରେନ୍ଦ୍ର। କାକଟପୁରରୁ ସେ ୭ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏଥିସହ ସେ କୃଷି, ରାଜସ୍ୱ ଓ ଶିକ୍ଷା ମନ୍ତ୍ରୀ ଭାବେ କାର୍ଯ୍ୟଭାର ତୁଲାଇଥିଲେ। ବିଜେଡି ସରକାର ଥିବା ସମୟରେ ସେ ଅନେକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ବହନ କରିଥିଲେ। ୧୯୭୭ ମସିହାରେ ଶ୍ରୀ ନାୟକ ଥିଲେ ବିଧାନସଭାର ଉପବାଚସ୍ପତି।