୨ ଜିଲ୍ଲାପାଳ, ୫ ଏସପି ଓ ଜଣେ ଆଇଜିଙ୍କୁ ହଟାଇବାକୁ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିସନ୍

0

କିଛି ଅଧିକାରୀଙ୍କୁ ତୁରନ୍ତ ହଟାଇବାକୁ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିସନ । ୨ ଜିଲ୍ଲାପାଳ, ୫ ଏସପି ଓ ଜଣେ ଆଇଜିଙ୍କୁ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିସନ୍ । ଏହା ସଂ କେନ୍ଦ୍ରାଞ୍ଚଳ ଆଇଜିଙ୍କୁ ହଟାଇବାକୁ ନିର୍ବାଚନ କମିସନଙ୍କ ନିର୍ଦ୍ଦେଶ । କଟକ ଜିଲ୍ଲାପାଳ ବିନିତ ଭରଦ୍ୱାଜ, ଜଗତସିଂହପୁର ଜିଲ୍ଲାପାଳ ପାରୁଲ ପଟୱାରୀ, ଅନୁଗୁଳ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ସୁଧାଂଶୁଶେଖର ମିଶ୍ର, ବ୍ରହ୍ମପୁର ଆରକ୍ଷୀ ଅଧୀକ୍ଷକ ସରବଣା ବିବେକ, ଖୋର୍ଦ୍ଧା ଆରକ୍ଷୀ ଅଧୀକ୍ଷକ ଯୁଗଳ କିଶୋର ବନୋଥ୍‌, ରାଉରକେଲା ଆରକ୍ଷୀ ଅଧୀକ୍ଷକ ମିତ୍ରଭାନୁ ମହାପାତ୍ର, ସୁନ୍ଦରଗଡ଼ ଆରକ୍ଷୀ ଅଧୀକ୍ଷକ କୱଁର ବିଶାଲ ସିଂହ ଏବଂ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ କୁମାର ସିଂହଙ୍କୁ ତୁରନ୍ତ ଦାୟିତ୍ୱରୁ ହଟାଇବାକୁ ନିର୍ବାଚନ କମିସନ ନିର୍ଦ୍ଦେଶ ଦେଇଛନ୍ତି ।

Leave a comment