କୋଣାର୍କରେ ହେବ ଜି-୨୦ ବୈଠକ

0

କୋଣାର୍କରେ ହେବ ଜି-୨୦ ବୈଠକ । ଆସନ୍ତା ଡିସେମ୍ବର ୧ ତାରିଖରୁ ୩୦ ନଭେମ୍ବର ୨୦୨୩ ବର୍ଷେ ଯାଏଁ ଭାରତ ଜି-୨୦ ଅଧ୍ୟକ୍ଷ ରହିବ । ଏହି ଅବଧିରେ ୨୧୫ଟି ବୈଠକ ଭାରତରେ ଆୟୋଜିତ ହେବ । ବିଭିନ୍ନ ରାଜ୍ୟର ରାଜଧାନୀ, ମହାନଗର, ବଡ଼ ଓ ଛୋଟ ସହର ଓ ପ୍ରସିଦ୍ଧ ଐତିହାସିକ ସ୍ଥଳ ସହ ମୋଟ ୫୫ଟି ସ୍ଥାନ ଏଥିପାଇଁ ଚିହ୍ନଟ ହୋଇଛି ।

ଜି-୨୦ ବୈଠକର ୨୧୫ଟି ବୈଠକ ମଧ୍ୟରୁ ୫ଟି ବୈଠକ ଭାରତର ସଂସ୍କୃତି ବିଷୟବସ୍ତୁ ଉପରେ ଆଧାରିତ ହେବ। ଯାହା ଦ୍ବାରା ଭାରତର ଐତିହ୍ୟକୁ ବିଶ୍ବ ସମ୍ମୁଖରେ ଉପସ୍ଥାପନ କରାଯାଇପାରିବ।କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରାଳୟ ସୂତ୍ରରୁ ଜଣାପଡ଼ିଛି, ୟୁନେସ୍କୋ ବିଶ୍ବ ଐତିହ୍ୟ ତାଲିକାରେ ସ୍ଥାନ ପାଇଥିବା ୪ଟି କୀର୍ତ୍ତିରାଜି ନିକଟର ୫ଟି ବୈଠକ ଆୟୋଜିତ ହେବ। ଏହି ସବୁ ଐତିହ୍ୟ ସ୍ଥଳଗୁଡ଼ିକ ହେଲା କୋଣାର୍କ ସୂର୍ଯ୍ୟ ମନ୍ଦିର, କର୍ଣ୍ଣାଟକର ହାମ୍ପି , ଆଗ୍ରାର ତାଜମହଲ ଓ ମଧ୍ୟପ୍ରଦେଶର ଖଜୁରାହୋ ।୫ଟି ବୈଠକ ମଧ୍ୟରୁ ତାଜମହଲ ନିକଟରେ ଦୁଇଟି ଓ ଅନ୍ୟ ଐତିହ୍ୟ ସ୍ଥଳମାନଙ୍କରେ ଗୋଟିଏ ଲେଖାଏଁ ବୈଠକ ହେବ। ଏହି ସବୁ ବୈଠକ ସମ୍ମିଳନୀ ପ୍ରକୋଷ୍ଠ କିମ୍ବା କୌଣସି ପ୍ରତିଷ୍ଠାନରେ ଆୟୋଜନ କରାଯିବା ସମ୍ଭାବନା ରହିଛି।

Leave a comment