ରାଜ୍ୟ କ୍ୟାବିନେଟ ବୈଠକରେ ବିଧାନସଭା ଭଙ୍ଗ ପାଇଁ ସୁପାରିଶ ପାରିତ
ଶେଷ ହୋଇଛି ୨୦୨୪ ସାଧାରଣ ନିର୍ବାଚନ । ଇଭିଏମରେ ସିଲ ହୋଇ ରହିଛି ପ୍ରାର୍ଥୀଙ୍କ ଭାଗ୍ୟ । ଆସନ୍ତାକାଲି ଭୋଟଗଣତି । ଏହା ପୂର୍ବରୁ ଆଜି ବସିଥିଲା ରାଜ୍ୟ କ୍ୟାବିନେଟ ବୈଠକ । ଆଉ ଏହି ବୈଠକରେ ବିଧାନସଭା ଭଙ୍ଗ ପାଇଁ ସୁପାରିଶ କରାଯାଇଛି । ବିଧାନସଭା ଭଙ୍ଗ ନେଇ ରାଜ୍ୟପାଳଙ୍କୁ ସୁପାରିଶ ନେଇ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି ।
ପ୍ରକାଶଯେ ଆଜି ବସିଥିଲା ରାଜ୍ୟ କ୍ୟାବିନେଟ ବୈଠକ । ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକ ଆଜି ବସିଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିଥିଲା । ମୁଖ୍ୟମନ୍ତ୍ରୀ ଭର୍ଚ୍ଚୁଆଲ ବୈଠକରେ ସାମିଲ ହୋଇଥିଲେ । ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଥିବା ସୂଚନା ମିଳିଛି ।