ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ସନ୍ଧ୍ୟାରେ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କ୍ୟାବିନେଟ ବସିବ ।

ବୈଠକ ସମ୍ପର୍କରେ ବିଧିବଦ୍ଧ ସୂଚନା ମିଳିନଥିବା ବେଳେ ପ୍ରାୟ ୧୮ଟି ପ୍ରସ୍ତାବ ଉପରେ ଆଲୋଚନା ହେବ ବୋଲି ସୂଚନା ମିଳିଛି। ବର୍ତ୍ତମାନ କରୋନା ସଙ୍କଟ ଚାଲିଥିବା ବେଳେ ଏହାର ମୁକାବିଲା ନେଇ ସ୍ୱାସ୍ଥ୍ୟ ବିଭାଗ ସମ୍ପର୍କିତ ଏକ ବଡ଼ ନିଷ୍ପତ୍ତି ନେଇପାରେ କ୍ୟାବିନେଟ । ଏପରିକି ସ୍ୱାସ୍ଥ୍ୟ ସେବାକୁ ନେଇ ଏକ ଅଧ୍ୟାଦେଶ ଅଣାଯିବ ବୋଲି ଜଣାପଡ଼ିଛି ।

Leave a comment