ଆସନ୍ତା ୧୦କୁ ମାଣ୍ଡିଆ ଦିବସ ଭାବେ ପାଳନ କରିବେ ରାଜ୍ୟ ସରକାର

0

ଆସନ୍ତା ୧୦ ତାରିଖକୁ ମାଣ୍ଡିଆ ଦିବସ ଭାବେ ପାଳନ କରିବେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି । ମାର୍ଗଶୀର ମାସ ପ୍ରଥମ ଗୁରୁବାରକୁ ମାଣ୍ଡିଆ ଦିବସ ଭାବେ ପାଳନ କରାଯିବ । ଏହାଦ୍ବାରା ମାଣ୍ଡିଆ ଲୋକଙ୍କ ପାଖରେ ଅଧିକ ଆଦୃତ ହୋଇପାରିବ ।

୨୦୧୭-୧୮ଆର୍ଥିକ ବର୍ଷରେ ରାଜ୍ୟ ସରକାର ମିଲେଟ୍ ମିଶନ ଆରମ୍ଭ କରିଥିଲେ । ପ୍ରଥମେ ୭ଟି ଜିଲ୍ଲାର ୩୦ ବ୍ଲକରେ ମିଲେଟ୍ ମିଶନ କାର୍ଯ୍ୟକାରୀ ହୋଇଥିଲା । ଏବେ ରାଜ୍ୟର ୧୯ଟି ଜିଲ୍ଲାର ୧୪୨ ବ୍ଲକରେ ଏହା କାର୍ଯ୍ୟକାରୀ ହେଉଛି ।

Leave a comment