ଆଜି ରାଜ୍ୟରେ ପୁଣି ୧୪୩ ପଜିଟିଭ ଚିହ୍ନଟ, ୨୩୮୮କୁ ବୃଦ୍ଧି

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଆଜି ରାଜ୍ୟରେ ଆଉ ୧୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ସଂଖ୍ୟା ୨୩୮୮ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୨ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୧୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୩୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୦୫୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭ ଜଣଙ୍କର ମୃତ୍ୟୁ ହୋଇଛି ।

Leave a comment