ଆଜି ୧୫୨୮ କରୋନା ପଜିତିଭ ଚିହ୍ନଟ: ୪୭ହଜାର ଟପିଲା ସଂକ୍ରମିତଙ୍କ ସଂଖ୍ୟା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ରାଜ୍ୟରେ ୧୫୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୭୪୫୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଆଜି ସଂକ୍ରମିତଙ୍କ ମଧ୍ୟରୁ ୯୪୮ଜଣ କ୍ବାରେଣ୍ଟାଇନ୍ରେ ରହିଥିବାବେଳେ ୫୮୦ ଜଣ ସ୍ଥାନୀୟ ରହିଛନ୍ତି ।
Covid-19 Report For 9th August
New Positive Cases: 1528
In quarantine: 948
Local contacts: 580(Details of local contacts will be shared by concerned District Administration)
District Wise Cases
1. Angul: 8
2. Balasore: 43
3. Bargarh: 10
4. Bhadrak: 70
5. Balangir: 59— I & PR Department, Odisha (@IPR_Odisha) August 10, 2020
ଅନୁଗୁଳ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୪୩ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୭୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୯ଜଣ, ବୌଦ୍ଧ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୭୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦୭ଜଣ, ଗଜପତି ଜିଲ୍ଲାରୁ ୩୧ଜଣ, ଗଞ୍ଜାମ ଜିଲ୍ଲାରୁ ୨୩୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୩୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୩୧ଜଣ, କନ୍ଧମାଳ ଜିଲ୍ଲାରୁ ୧୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୭ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଦା ଜିଲ୍ଲାରୁ ୨୧୮ଜଣ, କୋରାପୁଟ ଜିଲ୍ଲାରୁ ୬୭ଜଣ, ମାଲକାନଗିରି ଜିଲ୍ଲାରୁ ୩୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୩ଜଣ, ନୟାଗଡ଼ ଜିଲ୍ଲାରୁ ୩୨ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨୬ଜଣ, ରାୟଗଡ଼ା ଜିଲ୍ଲାରୁ ୨୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୬୮ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨୬ଜଣ ରହିଛନ୍ତି ।