ରାଜ୍ୟରେ ଆଉ ୧୬୦୨ କରୋନା ଆକ୍ରାନ୍ତ ଚିହ୍ନଟ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ଆଉ ୧୬୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୭୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ସଂକ୍ରମିତଙ୍କ ମଧ୍ୟରୁ ୯୯୩ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୬୦୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
Covid-19 Report For 31st July
New Positive Cases: 1602
In Quarantine: 993
Local Contacts: 609(Details of local contacts will be shared by concerned District Administration)
District Wise Cases
1. Angul: 15
2. Balasore: 29
3. Bargarh: 13
4. Bhadrak: 20
5. Balangir: 38— I & PR Department, Odisha (@IPR_Odisha) August 1, 2020
ଆଜି ଅନୁଗୋଳ ଜିଲ୍ଲାରୁ ୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୯ଜଣ, ବରଗଡ ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ୨୦ଜମ, ବଲାଙ୍ଗୀର ୩୮ଜଣ, ବୌଦ୍ଧ ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୫୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୯ଜଣ, ଗଜପତି ଜିଲ୍ଲାରୁ ୧୦୮ଜଣ, ଗଞ୍ଜାମ ଜିଲ୍ଲାରୁ ୩୦୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୯ଜଣ, ଯାଜପୁର ଜିଲ୍ଲାରୁ ୪୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ୩୦ଜଣ, କନ୍ଧମାଳ ଜିଲ୍ଲାରୁ ୪୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ, କେନ୍ଦୁଝର ଜିଲ୍ଲାରୁ ୩୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୮୫ଜଣ, କୋରାପୁଟ ଜିଲ୍ଲାରୁ ୪୬ଜଣ, ମାଲକାନଗିରି ଜିଲ୍ଲାରୁ ୩୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ୩୩ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୫୦ଜଣ, ରାୟଗଡ଼ା ଜିଲ୍ଲାରୁ ୧୬୪ଜଣ, ସମ୍ବଲପୁର ଜିଲ୍ଲାରୁ ୩୯ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬୨ଜଣ ରହିଛନ୍ତି ।