ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି ଦେଲେ ମନ୍ତ୍ରୀ ଓ ବିଧାୟକ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ମହାନ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଙ୍କ ଶ୍ରାଦ୍ଧ ଦିବସ ।ଏହି ଉପଲକ୍ଷେ ସକାଳେ ବିନ୍ଦୁ ସାଗର ଠାରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏବଂ ଭୁବନେଶ୍ୱର-ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର- ଉତ୍ତର ବିଧାୟକ  ସୁଶାନ୍ତ ରାଉତ ତିଳ ତର୍ପଣ ଓ ବିଜୁ ବାବୁଙ୍କ ଫୋଟ ଚିତ୍ରରେ ପୁଷ୍ପ ମାଲ୍ୟ ଅର୍ପଣ କରି ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ।

ସୂଚନାଯୋଗ୍ୟ, କରୋନା ସଂକ୍ରମଣ କୁ ରୋକିବା ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଥିବା ବାର୍ତ୍ତା କୁ ପାଳନ କରି ଆଜି ସାମୂହିକ ଭାବେ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ କରା ଯାଉନାହିଁ । ତେଣୁ ମନ୍ତ୍ରୀ ଶ୍ରୀ ପଣ୍ଡା ଓ ବିଧାୟକ ଅନନ୍ତ ନାରାୟଣ ଜେନା, ଏବଂ ସୁଶାନ୍ତ ରାଉତ ସାମାଜିକ ଦୂରତ୍ୱ ରଖି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳନ କରିଛନ୍ତି।

Leave a comment