ସୋଆ ପ୍ରତିଷ୍ଠାତା ଙ୍କୁ ସାକ୍ଷାତ କଲେ ଉରୁଗୁଏ ର ରାଷ୍ଟ୍ରଦୂତ ଶ୍ରୀ ଆଲବେଟୋ ଏ ଗୁଆନି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡ଼ଃ ) ମନୋଜରଞ୍ଜନ ନାୟକ ଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ଭାରତରେ ଅବସ୍ଥାପିତ ଉରୁଗୁଏ ର ରାଷ୍ଟ୍ରଦୂତ ଶ୍ରୀ ଆଲବେଟୋ ଏ ଗୁଆନି । ବିଶ୍ୱବିଦ୍ୟାଳୟର ମୁଖ୍ୟ କାର୍ଯ୍ୟାଳୟ ରେ ପ୍ରଫେସର ନାୟକ ଙ୍କ ସହ ସାକ୍ଷାତ ସମୟରେ ଉରୁଗୁଏ ଏବଂ ସୋଆ ମଧ୍ୟରେ ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ଆଦାନପ୍ରଦାନ ନେଇ ଆଲୋଚନା ହୋଇଥିଲା । ଏହି ସାକ୍ଷାତ ଆଲୋଚନା ସମୟରେ ସୋଆର ନିର୍ଦେଶକ ଡ଼ଃ ମହେନ୍ଦ୍ର ପ୍ରସାଦ ଉପସ୍ଥିତ ଥିଲେ ।
ସୋଆ ପରିଚାଳିତ ସ୍କୁଲ ଅଫ ହୋଟେଲ ମ୍ୟାନେଜମେଣ୍ଟ ପକ୍ଷରୁ ଆୟୋଜିତ ‘ଟ୍ରେଣ୍ଡସ ଆଣ୍ଡ ଡିସରପସନ୍ସ ଇନ ହସ୍ପିଟାଲିଟି ଆଣ୍ଡ ଟୁରିସୀମ’ ଶୀର୍ଷକ ଆନ୍ତର୍ଜାତିକ କର୍ମଶାଳାର ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାକୁ ଆସିଥିଲେ ଶ୍ରୀ ଗୁଆନି ।