ମହୁଲ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମହୁଲ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ଜଣାଯାଇଛି। ଏହି ଘଟଣା ସୁନ୍ଦରଗଡ଼ ଜିଲ୍ଲାର ବୀରମିତ୍ରପୁର ଅଞ୍ଚଳରେ ଘଟିଛି।

ସୂଚନା ଅନୁଯାୟୀ, ବୀରମିତ୍ରପୁର ଥାନା ଅଧୀନସ୍ଥ କୁମଝରିଆ ଲାସେ ଗାଁ କୋଇନାର ନାଳ ନିକଟରେ ମହୁଲ ଗଛରୁ ଝୁଲନ୍ତା ଶବ ଉଦ୍ଧାର ହୋଇଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ଯୁବକଙ୍କୁ ହତ୍ୟା କରି ଟାଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି । ମୃତ ଯୁବକ ଜଣକ ହେଲେ ସଞ୍ଜୟ କିସପଟା । ବୀରମିତ୍ରପୁର ଥାନା ପୁଲିସ ଶବ ଜବତ କରି ଘଟଣାର ତଦନ୍ତ କରୁଛି । ଆଜି ଭୋର ପ୍ରାୟ ୫ଟାରେ ନାଳ ନିକଟସ୍ଥ ମହୁଲ ଗଛ ଶବ ଝୁଲୁଥିବା ଦେଖି ସ୍ଥାନୀୟ ଲୋକ ପୁଲିସକୁ ସୂଚନା ଦେଇଥିଲେ। ସଞ୍ଜୟ କିସପଟାଙ୍କ ଶବ ବ୍ୟବଛେଦ ଲାଗି ପଠାଇଛି ପୁଲିସ। ଶବ ବ୍ୟବଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ପୁଲିସ୍ କହିଛି।

Leave a comment